ବଲାଙ୍ଗିର, (କେପିଏନ୍ଏସ୍) : ଜାତୀୟ ମତଦାତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଶଳ କଳାମଣ୍ଡପ ଠାରେ ଆଗାମୀ ୨୫ ତାରିଖରେ ଜାତୀୟ ମତଦାତା ଦିବସ ପାଳନ ହେବାକୁ ଥିବାବେଳେ ଏହି ଉପଲକ୍ଷେ ଉକ୍ତ ଦିନ ଏକ ସଚେତନତା ରାଲି ଅନୁଷ୍ଠିତ ହେବ । ରାଲିରେ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ଲୋଗାନ, ସ୍କିଟ ଏବଂ ରିଲ୍ସ ମେକିଂ ପ୍ରତିଯୋଗିତା ଆୟୋଜିତ ହେବ । ନିର୍ବାଚକ ପଞ୍ଜୀକରଣ ଅଧିକାରୀ, ବୁଥସ୍ତରୀୟ ଅଧିକାରୀ ମାନଙ୍କୁ ପୁରସ୍କୃତ କରାଯିବ । ଏହି ବୈଠକରେ ଡେପୁଟି କଲେକ୍ଟର ଦେବସ୍ମିତ ମଲ୍ଲିକ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି, ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟକ୍ଷାଙ୍କ ସହ ଜିଲ୍ଲା ନିର୍ବାଚନ ବିଭାଗର କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।
Prev Post