ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିରରେ ଆଞ୍ଚଳିକ ପରିବହନ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ. ଅରବିନ୍ଦ କୁମାର ଓଝାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟ୍ରାଫିକ ସଚେତନତା ସଂଯୋଜକ ପଦ୍ମଲୋଚନ ଭରାସାଗର ଅତିଥି ଭାବରେ ଯୋଗଦେଇ ଛାତ୍ରୀମାନଙ୍କୁ ଟ୍ରାଫିକ ନିୟମ ସମ୍ପର୍କରେ ସଚେତନ କରାଇଥିଲେ । ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରିଣୀ ଡ଼ଃ. ମିନତୀ ଦେବତା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ପରିବହନ ନିୟମ ଉପରେ ଏକ କୁଇଜ ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ମହାବିଦ୍ୟାଳୟର ବିଭୁତି ଭୂଷଣ ସାହୁ, ଡ଼ଃ. ସଦାଶିବ ମଲ୍ଲିକ, ଅଜିତ କୁମାର ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ ।

Leave A Reply

Your email address will not be published.