ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଙ୍ଗଳବାର ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ଡ଼କ୍ଟର ରମେଶ ଚନ୍ଦ୍ର ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା କ୍ରୀଡା ପତାକା ଉତ୍ତୋଳନ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ରୂପେ ଅଧ୍ୟାପକ ହୃଦାନନ୍ଦ ପୁହାଣ, ରାଧାଶ୍ୟାମ ତ୍ରିପାଠୀ, ମୁରିବାହାଲ ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ହେମନ୍ତ ନାଗ ଉପସ୍ଥିତ ଥିଲେ । ଅଧ୍ୟାପିକା ପୂଜାରାଣୀ ରଥ ମଞ୍ଚ ପରିଚାଳନା କରିଥିଲେ । ଖେଳ ପ୍ରତିଯୋଗିତାକୁ ଖେଳ ଶିକ୍ଷକ ରାଧେକୃଷ୍ଣ ବଘାର, ଶରତ ପଧାନ, ନୀତେଶ ତାଣ୍ଡି ଓ ସୁନନ୍ଦ ପ୍ରଧାନ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ତଥା କର୍ମଚାରୀ ସହଯୋଗ କରିଥିଲେ । ଶେଷରେ ଅଧ୍ୟାପକ ବିକ୍ରମ ତାଣ୍ଡି ଧନ୍ୟବାଦ ଦେଇଥିଲେ ।