ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ପୌରହିତ୍ୟରେ ୧୬ତମ ଜାତୀୟ ଭୋଟର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଗଣତନ୍ତ୍ରର ମୂଳଦୁଆକୁ ସୁଦୃଢ଼ କରିବା ପାଇଁ ଭୋଟର ସଚେତନତାର ଆବଶ୍ୟକତା ସମ୍ପର୍କରେ ଅଧ୍ୟକ୍ଷ ନିଜ ଅଭିଭାଷଣରେ ଗୁରୁତ୍ୱାରୋପ କରିଥିଲେ । ଏହି ଅବସରରେ ଏକ ସାମୂହିକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଯେଉଁଠାରେ ଉପସ୍ଥିତ ସମସ୍ତେ ଦେଶର ଗଣତାନ୍ତ୍ରିକ ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ନିର୍ଭୟ ଓ ନିରପେକ୍ଷ ଭାବେ ମତାଧିକାର ସାବ୍ୟସ୍ତ କରିବାକୁ ସଂକଳ୍ପ ନେଇଥିଲେ । କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟର ସମସ୍ତ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ସମେତ ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇ ଗଣତନ୍ତ୍ରର ଏହି ମହାକୁମ୍ଭକୁ ସଫଳ କରିଥିଲେ । ବିଶେଷ କରି ନୂତନ ଭୋଟର ଭାବେ ପଞ୍ଜିକୃତ ହୋଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହି ଦିବସକୁ ନେଇ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା ।