csstore

ବାର୍ଷିକ ଉତ୍ସବ ଓ ପୁରସ୍କାର ଵିତରଣୀ ସଭା ଅନୁଷ୍ଠିତ

ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଅନ୍ତରା ମହତୀପୁର ବାଇଧର ପ୍ରସାଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ଵିତରଣୀ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ମାହୁନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଲକ୍ଷ୍ମୀଧର ରାଉତ ଯୋଗଦେଇ ପିଲାମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଖଇରା ବ୍ଲକ ଅଧ୍ୟକ୍ଷା ଅଭିଲିପସା ସାହୁ ଯୋଗଦେଇ ବିଦ୍ୟାଳୟ ଏକ ମଣିଷ ତିଆରି କାରଖାନା ଏଠି ପାଠ ପଢ଼ିବା ସହିତ ପିଲାମାନଙ୍କର ମଧ୍ୟରେ ଲୁଚି ରହିଥିବା ପ୍ରତିଭା ବିକଶିତ ହୋଇଥାଏ ବୋଲି କହିଥିଲେ । ଏଥି ସହିତ ଜିଲ୍ଲାପରିଷଦ ସୁଷମା ମହାପାତ୍ର, ସମିତି ସଭ୍ୟା ସବିତାରାଣୀ ପଣ୍ଡା, ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଷଡାନନ ପାଣିଗ୍ରାହୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରମୋଦ କୁମାର ଦାଶ, ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଉଦୟ ନାରାୟଣ ସାହୁ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏଥି ସହିତ ବିଦ୍ୟାଳୟର ଶିକ୍ଷକ ବସନ୍ତ କୁମାର ବିଶ୍ୱାଳ ମଞ୍ଚ ପରିଚାଳନା କରିଥିବା ବେଳେ ନଟବର ମହାପାତ୍ର ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ, ସଙ୍ଗୀତ ଓ ନାଟକ ପରିବେଷଣ କରାଯାଇଥିଲା ।
ଦିବସ ବ୍ୟାପି କାର୍ଯ୍ୟକ୍ରମ ଚାଲିଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ଅଭିଭାବକ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.