ଜାନୁୟାରୀ ୨୪ରେ ରୋଜଗାର ମେଳା : ୬୧ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ଆସନ୍ତା କାଲି ଜାନୁୟାରୀ ୨୪ ତାରିଖରେ ୬୧ ହଜାରରୁ ଅଧିକ ନବ ନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ।
ପୂର୍ବାହ୍ନ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାରେ, ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନୂତନ ଭାବେ ନିଯୁକ୍ତି ପାଇଥିବା ଯୁବକଯୁବତୀମାନଙ୍କୁ ଏହି ନିଯୁକ୍ତି ପତ୍ର ବଣ୍ଟନ କରାଯିବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତି ପାଇଥିବା ବ୍ୟକ୍ତିମାନଙ୍କୁ ମଧ୍ୟ ସମ୍ବୋଧିତ କରିବେ । ଦେଶର ୪୫ଟି ସ୍ଥାନରେ ଏହି ରୋଜଗାର ମେଳା ଅନୁଷ୍ଠିତ ହେବ ।
ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ଅନୁଯାୟୀ, ‘ରୋଜଗାର ମେଳା’ ଦୂରଦୃଷ୍ଟିକୁ କାର୍ଯ୍ୟକାରୀ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ । ସମଗ୍ର ଦେଶରେ ବିଭିନ୍ନ ସମୟରେ ଆୟୋଜିତ ରୋଜଗାର ମେଳା ମାଧ୍ୟମରେ ସରକାର ୧୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ।
ବିଭିନ୍ନ ପ୍ରାନ୍ତରୁ ମନୋନୀତ ଏହି ନୂତନ କର୍ମଚାରୀମାନେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସମେତ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.