ସୁବର୍ଣ୍ଣପୁରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଜନ୍ମ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ସହରର ପଟାଭାଡି ଛକ ସ୍ଥିତ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀ ପାଳନ ଉପଲକ୍ଷେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଓ ଅଧ୍ୟକ୍ଷା, ସୋନପୁର ମ୍ୟୁନିସିପାଲିଟି, ଶ୍ରୀମତୀ ତାମସୀ ତାମସ୍ମିତା ନାୟକ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କୁ ସ୍ମରଣ କରିଥିଲେ । ବୀର ସୁରେନ୍ଦ୍ର ସାଏଙ୍କ ଦେଶଭକ୍ତି ଓ ବଳିଦାନକୁ ସ୍ମରଣ କରି ପଟାଭାଡି ଅଞ୍ଚଳର ବ୍ୟବସାୟୀମାନେ ମଧ୍ୟ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପଞ୍ଚାୟତ ତଥା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ, ମୁନିସିପାଲଟି ନିର୍ବାହୀ ଅଧିକାରୀ ଋଷି ମାଝୀଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଓ ଜନସାଧାରଣମାନେ ଉପସ୍ଥିତ ରହି ଧୂପ ଦେଇ ବୀରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

Leave A Reply

Your email address will not be published.