ପଞ୍ଚାୟତ ହାଇସ୍କୁଲ ମାୟାବର୍ହାରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ଠାରେ ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶୟତଙ୍କ ସଭାପତିତ୍ୱରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚ ପରିଚାଳନା କରିବା ସହ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶିକ୍ଷକ ନନ୍ଦିଘୋଷ ବାରିକ, ରାଜୁ ମେହେର ଓ ଛାତ୍ର ପ୍ରତିନିଧି ଝରଣା ସାହୁ ମଞ୍ଚାସୀନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରୀ ପୂଜାରାଣୀ ଦୀପ, ଅଭା ସାହୁ, ପ୍ରୀତି ପ୍ରଧାନ ଝିଅ ହୋଇ ଥିବାରୁ ଗର୍ବିତ ବୋଲି ମତ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମକୁ ମୀନକେତନ ଦାସ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ଲିପି ପ୍ରଧାନ, କିରଣ କୁମାର ପଟେଲ, ସମୀର କଠାର, ସୁରଜ୍ ଖମାରୀ, ସୋଭାଗିନି ସାହୁ, ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରମୁଖ ସହଯୋଗ କରିଥିଲେ ।

Leave A Reply

Your email address will not be published.