ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏସି ଅଧିନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ । ସହକାରୀ ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଓ ଆକାଂକ୍ଷା ରାଣୀ ଯୋଶୀ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ ତଥା ଅଭିଭାବକ ଅଭିଭାବିକା ବୃନ୍ଦ ସହଯୋଗ କରିଥିଲେ ।

Leave A Reply

Your email address will not be published.