ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ତମ ବାର୍ଷିକ ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ମୁଖ୍ୟବକ୍ତା ଭାବେ ସ୍ଥାନୀୟ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପରିଚାଳନା ସମିତିର ଉପସଭାପତି ଡାକ୍ତର ବିଚିତ୍ରା ନନ୍ଦ ଆଚାର୍ଯ୍ୟ, ସମ୍ପାଦକ ଶେଖ ସାଦିକ ଓ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତରେ ଦୀପ ଧୂପ ପ୍ରଜ୍ୱଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ରଶ୍ମିପ୍ରଭା ଦାସ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା । ଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୋନାଲି ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ । ସନ୍ଧ୍ୟାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ, ଅଭିଭାବକ ଅଭିଭାବିକା ତଥା ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମକର୍ତ୍ତା ବୃନ୍ଦଙ୍କ ସହଯୋଗରେ ସମାପନ ହୋଇଥିଲା ।

Leave A Reply

Your email address will not be published.