ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ପ୍ରାୟୋଜିତ ଜଗଦା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ରୋଟ୍ରାକ୍ଟ କ୍ଲବ ସହାୟତାରେ ସପ୍ତମ ଶ୍ରେଣୀ ଅଷ୍ଟମ ଶ୍ରେଣୀର ଛାତ୍ରୀଙ୍କ ମଧ୍ୟରେ ଖୋଖୋ ପ୍ରତିଯୋଗିତା କରାଯାଇଥିଲା । ଏହି ପ୍ରତିଯୋଗିତାରେ ସପ୍ତମ ଶ୍ରେଣୀ ଛାତ୍ରୀମାନେ ଅଷ୍ଟମ ଶ୍ରେଣୀର ଛାତ୍ରୀଙ୍କୁ ହରାଇ ପ୍ରଧାନଆଚାର୍ଯ୍ୟ ସୂର୍ଯ୍ୟନାରାୟଣ ଦାସଙ୍କ ମାଧ୍ୟମରେ ରନିଂ ସିଲ୍ଡ ହାସଲ କରିଥିଲେ । ଏହି କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ସଭାପତି ରୋଟାରୀଆନ ବୀଣାପାଣି ରଥ, ସମ୍ପାଦିକା ରଶ୍ମି ମିଶ୍ର, ରୋଟ୍ରାକ୍ଟ କ୍ଲବର ଅଧ୍ୟକ୍ଷା ରୋଟାରୀଆନ ଅଞ୍ଜଳି ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ରୋଟାରୀଆନ ନିବେଦିତା ମହାନ୍ତି ଓ ରୋଟାରୀଆନ ନୀଲମ ପ୍ରମୁଖ ଉପସ୍ଥିତ ରହି ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଅନୁଷ୍ଠାନ ତରଫରୁ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଦାସଙ୍କୁ ସମ୍ମାନିତ କରାଯାଇଥିଲା ବେଳେ ଅଂଶଗ୍ରହଣ କରିଥିବା ଛାତ୍ରୀମାନଙ୍କୁ ବିସ୍କୁଟ ଓ ପାନୀୟ ଯୋଗାଇ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିଶୁ ବିଦ୍ୟା ମନ୍ଦିରର ଗୁରୁମାମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।