ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାୟଗଡ଼ା ଗସ୍ତରେ ଆସି ୬୭ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାୟଗଡ଼ା ଗସ୍ତରେ ଆସି ୬୭ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାୟଗଡା ବିଧାୟକ ଆପୋଲସ୍ୱାମୀ କାଡ୍ରାକା, ବିଧାୟକ ନୀଳମାଧବ ହିକକା, ବିଧାୟକ ସତ୍ୟଜିତ ଗମାଙ୍ଗ ଯୋଗଦେଇଥିଲେ ।  ସ୍ଥାନୀୟ ଜେଏସ୍‌ସ୍କା ପଡ଼ିଆରେ ପହଞ୍ଚି ଗାୟତ୍ରୀ ୧୦୮କୁଣ୍ଡିୟ ମହାଯଜ୍ଞ ପୂର୍ଣ୍ଣା ହୁତିରେ ଯୋଗ ଦେଇଥିଲେ ଓ ଜିଲ୍ଲା ନାରୀଶକ୍ତିର ସଶକ୍ତ ପ୍ରଦର୍ଶନ ସୁଭଦ୍ରା ଶକ୍ତି ମେଳାର ଉଦ୍‌ଘାଟନ କରିଥିଲେ । ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳାଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରିଥିଲେ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ୩୪୦ କୋଟିରୁ ଅଧିକ ମୂଲ୍ୟର ୬୭ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୨୨୧ କୋଟିରୁ ଅଧିକ ମୂଲ୍ୟର ୪୧ଟି ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କରିଥିଲେ । ସୁଭଦ୍ରା ଶକ୍ତି ମେଳା ୨ରୁ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ଛି । ସ୍ୱୟଂ ସହାୟିକା ଗୋଷ୍ଠୀ ସଦସ୍ୟାଙ୍କୁ ସମ୍ମାନିତ କରିବା ସହ ମେଳାରେ ୧୨୦ଟି ଷ୍ଟଲକୁ ଉଦଘାଟନ କରିଥିଲେ । ପ୍ରତ୍ୟେକ ସନ୍ଧ୍ୟାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ସଫଳ କରିବା ନିମନ୍ତେ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି, ଏସ୍‌ପି ସ୍ୱାତୀ ଏସ୍ କୁମାର, ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ସ୍ଥାନୀୟ ପୋଲିସ ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ କଡା ସୁରକ୍ଷା ବଳରେ ଆୟୋଜନ କରିଥିଲେ । ମେଳା ମାଧ୍ୟମରେ ଜିଲ୍ଲାର ନାରୀମାନଙ୍କ ଉଦ୍ୟମଶୀଳତା ଓ ସଶକ୍ତିକରଣର ଅବଦାନକୁ ସମ୍ମାନ ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖିଜିଲ୍ଲା ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

Leave A Reply

Your email address will not be published.