ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଗେର୍ଡି ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ସଞ୍ଜୀବ କୁମାର ଯୋଶୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ:ଶ: ଡୁଙ୍ଗୁରିପାଲି ସରପଞ୍ଚ ସଦାଶିବ କହ୍ନେର ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ସିଆରସିସି ନିତ୍ୟାନନ୍ଦ ବାଗ ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଜରାଜ ଗଡତ୍ୟା ଯୋଗ ଦେଇଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୁଶାନ୍ତ ମଲ୍ଲିକ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସହକାରୀ ଶିକ୍ଷକ ବିଶ୍ୱଜିତ୍ ପଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ବାର୍ଷିକ କ୍ରୀଡ଼ା ତଥା ଅନ୍ୟାନ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ସହକାରୀ ଶିକ୍ଷକ ଭାଗିରଥି ପାତ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
Prev Post