ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଯୁକ୍ତ ତିନି ଶ୍ରେଣୀ ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ନେଇ ଏକ ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଆଠଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଶିବିରକୁ ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀ ଉଦଘାଟନ କରି ଛାତ୍ରୀମାନଙ୍କ ପାଇଁ ଏହା ବେଶ ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ । ଅଧ୍ୟାପକ ସୁଧାଂଶୁ ଶେଖର ବାଗଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ମାଷ୍ଟର ଟ୍ରେନର ସୁଶ୍ରୀ ମାଧବୀ ସାହୁ ପ୍ରଶିକ୍ଷଣ ଦେଉଥିବା ବେଳେ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ବିଶେଷ ସହଯୋଗ କରିଥିଲେ ।