ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ପ୍ରାକ୍ଟିସିଂ ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକା ଶ୍ରେଣୀର ୧୭ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଗୀତା ନାଗଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ରାଧାରାଣୀ ପଡା କ୍ଲଷ୍ଟରର ସିଆର୍ସିସି ଗିରିଶ ରାମ ବେହେରା, ବିଦ୍ୟାଳୟର ଶିକ୍ଷୟତ୍ରୀ ଯମୁନା ବାଲା ମଲ୍ଲିକ, ଯୋଗମୟୀ ଗେଜୋ, ମମତା ରଣା, ପାଚିକା ଜୟ ଘିବେଲା, ଯଶୋବନ୍ତୀ ବାଗ ପ୍ରମୁଖ ଉପସ୍ଥିତ ଥିଲେ ।