jsm

କୁଆଁରମୁଣ୍ଡାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

csstore

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି କୁଆରମୁଣ୍ଡା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁନ୍ଦରଗଡ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୭୪ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା । ସେଥି ମଧ୍ୟରୁ ୧୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏଥି ମଧ୍ୟରୁ ୭ ଗୋଟି ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ଏଥି ସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣେ ବ୍ୟକ୍ତିକୁ ଆର୍ଥିକ ସହାୟତା ପ୍ରଦାନ କରାଗଲା । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତାଘାଟ ସମସ୍ୟା, ପେନ୍‌ସନ୍‌, ବିଦ୍ୟୁତ୍ ସମସ୍ୟା, ବ୍ରିଜ ନିର୍ମାଣ, ଆବାସ ସମସ୍ୟା, ରାସନ୍ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ଡିଏଫଓ ଯଶୋବନ୍ତ ସେଠୀ, ଉପ ଜିଲ୍ଲାପାଳ ପାନପୋଷ ବିଜୟ କୁମାର ନାୟକ, ଆଇଏଏସ୍ ଶିକ୍ଷାନବୀସ ସୁଶ୍ରୀ ଫାବି ରସିଦଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.