ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ବୈଠକ ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଆପତ୍ତି ସମ୍ପର୍କିତ ୪୧ଟି ପଞ୍ଜୀକୃତ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ତନ୍ମଧ୍ୟରୁ ସାମୁହିକ ଭାବେ ୩ଟି ଓ ୩୮ଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିରୁ ୫ଟି ଅଭିଯୋଗର ତତକ୍ଷଣାତ ସମାଧାନ କରାଯାଇଥିଲା । ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଦାଖଲ ହୋଇଥିବା ପତ୍ରଗୁଡ଼ିକୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା- କାର୍ଯ୍ୟ ନିର୍ବାହୀ ଅଧିକାରୀ, ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଜିଲ୍ଲା ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୋଭିନା ଭୋଇ, ମୁରିବାହାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତୀ ସେଠୀ, ତହସିଲଦାର ଜଗଦୀଶ କର୍ତାମୀ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ ଓ ସାମ୍ବାଦିକ ପ୍ରମୁଖ ଏହି ଶିବିରରେ ଉପସ୍ଥିତ ଥିଲେ ।
Prev Post