ରାଜେନ୍ଦ୍ର ନଗର ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ଏନଏସି ଅନ୍ତର୍ଗତ ରାଜେନ୍ଦ୍ର ନଗର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ଧୂମଧାମରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସବିତା ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିଶୁ ସାହିତ୍ୟିକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ, ହେରମ୍ବ ବାଗ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଜ୍ୟୋତ୍ସ୍ନାରାଣୀ ବାଗ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ । ଅବସର ପ୍ରାପ୍ତ ଶିକ୍ଷକ ସୂର୍ଯ୍ୟକାନ୍ତ ରଣା ସଭା ପରିଚାଳନା କରିଥିଲେ । ସର୍ବ ପ୍ରଥମେ ମା’ ସରସ୍ୱତୀଙ୍କ ଫଟୋଚିତ୍ରରେ ପୁଷ୍ପଦୀପ ପ୍ରଦାନ ପୂର୍ବକ ସଭା ଆରମ୍ଭ କରାଯାଇଥିଲା । ଛାତ୍ରଛାତ୍ରୀ ମାନେ ନୃତ୍ୟ ପରିବେଷଣ କରିଥିଲେ । ପୂର୍ବରୁ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତା ଓ କ୍ରୀଡ଼ାରେ ଅଂଶଗ୍ରହଣ କରି କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ପଞ୍ଚମ ବୃତ୍ତି, ସୁରଭି, ଆଦର୍ଶ ବିଦ୍ୟାଳୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଶିକ୍ଷକ ବିଶ୍ୱ ରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସବକୁ ସଫଳ କରିବାରେ ଅଭିଭାବକ ତଥା ପରିଚାଳନା କମିଟିର ସଦସ୍ୟ ସହଯୋଗ କରିଥିଲେ ।

Leave A Reply

Your email address will not be published.