ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ (ଜିଲ୍ଲା ଯୋଜନା ବୈଠକ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ, ଜିଲ୍ଲା ବିଜେପି ସଭାପତି ଶ୍ରୀବତ୍ସ ବେହେରା, ରାଜ୍ୟ ବିଜେପି ଉପସଭାପତି ଶିବାଜୀ ମହାନ୍ତି, ଜିଲ୍ଲା ବିଜେପି ବିଧାନସଭା ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ଓ ଦେବଜ୍ୟୋତି ମୁଣ୍ଡ ମଞ୍ଚରେ ଉପସ୍ଥିତ ଥିଲେ । ଜିଲ୍ଲା ବିଜେପିର ସମସ୍ତ ମଣ୍ଡଳ ସଭାପତି ଓ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ । ମହିଳା ମୋର୍ଚ୍ଚା ସଭାପତି ଓ ମହିଳା ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ବିଜେପିର ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ମହାଅଭିଯାନ ଭାରତୀୟ ଜନତା ପାର୍ଟି ତରଫରୁ ବିଜେପି କାର୍ଯ୍ୟକର୍ତ୍ତାମାନଙ୍କୁ ସମସ୍ତ ବିଷୟରେ ଯେମିତି ଜିଲ୍ଲାର ସମସ୍ତ ବ୍ଲକ ସ୍ତରୀୟ ଓ ପଞ୍ଚାୟତ ସ୍ତରୀୟ, ବୁତ ସ୍ତରୀୟ, ମଣ୍ଡଳ ସ୍ତରୀୟକୁ ନେଇ ବିଜେପି କର୍ମୀମାନଙ୍କୁ ନେଇ ପ୍ରଶିକ୍ଷଣ ଦିଆଯିବ । ଏହି କାର୍ଯ୍ୟକ୍ରମର ନାମ ଦିଆଯାଇଛି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ । ଆଜିର ଏହି କାର୍ଯ୍ୟକ୍ରମରେ ପ୍ରଥମେ ବନ୍ଦେ ମାତରଂ ଗାନ କରାଯାଇଥିଲା ଓ ଜିଲ୍ଲା ଯୋଜନା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଶହ ଶହ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

Leave A Reply

Your email address will not be published.