ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ଠାରେ ରାଉରକେଲା ସଚେତନ ନାଗରିକ ମଞ୍ଚ ତରଫରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ମଞ୍ଚର ସଭାପତି ଇଂ ବିମଳ କୁମାର ବିଶି ଓ ସାଧାରଣ ସମ୍ପାଦକ ପି ପି ରାୟଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର କୁମାର ନାୟକ, ଜଟାଧାରୀ ମାଝୀ, ଡା. ବସନ୍ତ କୁମାର ଦାସ, ସୁବ୍ରତ ମଲ୍ଲିକ, ଶ୍ରୀମନ୍ତ ବର୍ମା, ଶଶଧର ପାତ୍ର, ସସ୍ମିତା ପ୍ରଧାନ, ଜଗନ୍ନାଥ ରାଉତ, ବିଷ୍ଣୁଚରଣ ସାମଲ, କୁଞ୍ଜବିହାରୀ ରାଉତ, ଡ. ସୁମନ ଦତ୍ତ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ବିଜୁ ଜୀବନାଦର୍ଶ ସମ୍ପର୍କରେ ଆଲୋଚନା କରିଥିଲେ । ଶେଷରେ କାର୍ଯ୍ୟକାରୀ ସଭାପତି ଶ୍ରୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।