ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳର ନେତ୍ରୀ ନିରୁପମା ମାଝିଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି । କଣ୍ଟାବାଞ୍ଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରୁ ଏକ ବାଇକ ଶୋଭାଯାତ୍ରା ବାହାରି କଣ୍ଟାବାଞ୍ଜି ସରକାରୀ ଡାକ୍ତରଖାନାରକୁ ପହଞ୍ଚି ସେଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଡାକ୍ତରଖାନାରେ ଥିବା ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା । ପରେ କଣ୍ଟାବାଞ୍ଜି ଚଟୁଅନକା ସ୍ଥିତି ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ସମୃଦ୍ଧ ଓଡିଶା ଗଠନରେ ବିଜୁ ବାବୁଙ୍କ ଅବଦାନକୁ ନେଇ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଅଜିତ ଯୋଶୀ, ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଦେବାର ବାରିକ, ପୂର୍ବତନ ସୈନିକ ତଥା ଯୁବ ବିଜେଡ଼ି ନେତା ଗିରିରାଜ ସିଂ ମାଝୀ, ପୂର୍ବତନ ମୁରିବାହାଲ ବ୍ଲକ ଅଧ୍ୟକ୍ଷ ହଂସରାଜ ଜୈନ, ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ଧନଞ୍ଜୟ ମହାନନ୍ଦ, ବିଜେଡ଼ି ନେତା ଆଶାଦୁଲା ଖାଁ, ଦେବରାଜ ଯାଦବ, ବିଜେଡ଼ି ନେତ୍ରୀ ପିଙ୍କି ଖର୍ସେଲ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଅବସରରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ତୃଣମୂଳ ସ୍ତରରେ ସଂଗଠନକୁ ମଜବୁତ କରିବା ସହ ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜୁ ଜନତା ଦଳ ସମର୍ଥିତ ପ୍ରାର୍ଥୀ କେମିତି ବିଜୟ ଲାଭ କରିବେ ସେନେଇ ମଧ୍ୟ କାମ କରିବାକୁ କର୍ମୀଙ୍କୁ ଆହ୍ୱାନ କରାଯାଇଥିଲା ।

Leave A Reply

Your email address will not be published.