ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଅନ୍ଧାରୀପାଲି ଗ୍ରାମରେ ଆଜି ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଅନ୍ଧାରୀପାଲି ଗ୍ରାମର ବେଣୁଧର ଛୁରିଆ ଆଜି ଭୋରରୁ ଗ୍ରାମ ନିକଟସ୍ଥ ଆକାଶୀ ବଗିଚାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ । ହାତୀଟି ତାଙ୍କୁ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା । ଗୋଡ଼ଭଗା ଫାଣ୍ଡି ଅଧିକାରୀ ଗଣେଶ ବାରିକ ଏହି ଘଟଣାର ସତ୍ୟତା ସ୍ୱୀକାର କରିଛନ୍ତି । ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛନ୍ତି । ହାତୀ ପଲ ଏବେ ଖଲିଆପାଲି ଗାଁ ଆଡ଼କୁ ମୁହାଁଇଥିବା ଜଣାଯାଇଛି, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।