pr

ପାଇକମାଲରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

dr. purohit

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କୁବେର ମହନ୍ତ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପାଣ୍ଡବ ଶବର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୭୭ ଗୋଟି ଅଭିଯୋଗ ମଧ୍ୟରୁ ୬୨ ଗୋଟି ବ୍ୟକ୍ତିଗତ, ୧୫ ଗୋଟି ସାମୁହିକ ଏବଂ ସେଥିମଧ୍ୟରୁ ୬ ଗୋଟି ଅଭିଯୋଗର ତତ୍‌କ୍ଷଣାତ ଶୁଣାଣି କରି ଅନ୍ୟ ସମସ୍ତ ସମସ୍ୟାଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

nrusinghnath
Leave A Reply

Your email address will not be published.