ଆହତ ଶେରଗଡ଼ ବ୍ଲକ ଅଧ୍ୟକ୍ଷଙ୍କୁ ଭୁବନେଶ୍ୱର ହସ୍ପିଟାଲରେ ଭେଟିଲେ ନବୀନ ପଟ୍ଟନାୟକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହୋଇଥିବା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ହସ୍ପିଟାଲରେ ଭେଟିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ବ୍ଲକ ଅଧ୍ୟକ୍ଷ ଶ୍ରୀ ନାୟକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଓ ଚିକିତ୍ସା ସମ୍ପର୍କରେ ଶ୍ରୀ ପଟ୍ଟନାୟକ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ । ତାଙ୍କରି ପରିବାର ବର୍ଗଙ୍କ ସହିତ ମଧ୍ୟ ଘଟଣା ସମ୍ପର୍କରେ କଥା ହୋଇ ତଥ୍ୟ ବୁଝିଥିଲେ ଏବଂ ଶ୍ରୀ ନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ସୂଚନାଯୋଗ୍ୟ ଯେ’ ଶେରଗଡ଼ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହେବା ପରେ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Leave A Reply

Your email address will not be published.