ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟୟନ କରୁଥିବା ଏହି ଅନୁଷ୍ଠାନର ଅଷ୍ଟମ ଶ୍ରେଣୀର ୨୪ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ କେକ୍ କାଟି ଏକ ଭବ୍ୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀଙ୍କୁ ବିଦାୟ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତର ମଙ୍ଗଳ କାମନା କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାବବିହ୍ୱଳ ପରିବେଶ ଦେଖିବାକୁ ମିଳିଥିଲା । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଭେଟି ସ୍ୱରୂପ ବିଦାୟ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରି ଉତ୍ସାହିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷକ/ଶିକ୍ଷୟିତ୍ରୀ ସଫଳା ମିଶ୍ର, ଜୟମାଳିନୀ ପଟ୍ଟନାୟକ, ସରୋଜିନୀ ମିଶ୍ର, ପ୍ରିୟଦର୍ଶନୀ ସ୍ୱାଇଁ, ଗୌରଚନ୍ଦ ଭୋଇ ଓ ନୀଳମଣି ଦୀପ ପ୍ରମୁଖ ସହଯୋଗ କରିଥିଲେ ।

Leave A Reply

Your email address will not be published.