ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିବା ସହ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଏହି ଅବସରରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟର ପୂର୍ବତନ ଗଣିତ ଶିକ୍ଷକ ତଥା ଅତିଥି ଶିକ୍ଷକ ମନୋଜ କୁମାର ପୂଜାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶ୍ରୀନିବାସ ରାମାନୁଜନ୍ଙ୍କ ଗଣିତ କ୍ଷେତ୍ରରେ ଅବଦାନ ଅତୁଳନୀୟ ବୋଲି ମତପ୍ରକାଶ କରିଥିଲେ । ଶିକ୍ଷକ ସମ୍ପଦ ଖମାରୀ, କିରଣ କୁମାର ପଟେଲ ମଞ୍ଚାସୀନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଛାତ୍ରୀ ଶ୍ରୀମୟ ସେଠ୍ ସ୍ୱାଗତ ସଙ୍ଗୀତ ଗାନ କରିଥିବା ବେଳେ ଆଭା ସାହୁ, ଆୟୁଷି ନାୟକ, ଆକାଶ ସାହୁ, ପ୍ରୀତି ପ୍ରଧାନ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ସମୀର କାଠର, ସୁରଜ ଖମାରୀ ପ୍ରଭୁଖ ସହଯୋଗ କରିଥିଲେ ।