ରମାଦେବୀ ବିଶ୍ବ ବିଦ୍ୟାଳୟରେ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଜନ୍ମ ତିଥି ଅବସରରେ ମୁଖ୍ୟମନ୍ତ୍ରୀ ରମାଦେବୀ ବିଶ୍ୱବିଦ୍ୟାଳୟ ଗସ୍ତ କରି ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିଛନ୍ତି । ତେବେ ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁ ଉପସ୍ଥିତ ଥିବା ବେଳେ ବିଶ୍ୱବିଦ୍ୟାଳୟ ପରିସରରେ ଦୁଇଟି ପ୍ରଶାସନିକ ଭବନ, କୁନ୍ତଳା କୁମାରୀ ସାବତ ସ୍ମାରକୀ ବିଶ୍ବସ୍ତରୀୟ ଗ୍ରନ୍ଥାଗାର ଓ ଗବେଷଣାରତ ଛାତ୍ରଛାତ୍ରୀଙ୍କ ପାଇଁ ଅନ୍ବେଷା ଛାତ୍ରୀନିବାସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.