ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡ଼ଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୮୧ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ୫୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୩ ଗୋଟି ଅଭିଯୋଗ ଗୁଡ଼ିକର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୪ ଗୋଟି ଆବେଦନ ଏବଂ ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ୩ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.