ବଲାଙ୍ଗିର, (କେପିଏନ୍ଏସ୍) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ପଞ୍ଚାୟତ ସମିତି ବୈଠକ ଗୃହ, ପାଟଣାଗଡ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ । ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଦାଖଲ ହୋଇଥିବା ଅଭିଯୋଗ ପତ୍ରଗୁଡ଼ିକ ଯଥା ଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଜିର ଏହି ଶିବିରରେ ମୋଟ ୫୧ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା । ତନ୍ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୪୮ଟି ଏବଂ ସାମୁହିକ ୩ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିରୁ ୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ପାଟଣାଗଡ ଉପଜିଲ୍ଲାପାଳ ସୁନୀଲ କୁମାର ମେହେରଙ୍କ ସମେତ ଜିଲ୍ଲା, ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।
Next Post