ଅଞ୍ଚଳ ମହାବିଦ୍ୟାଳୟରେ +୩ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ପୁରାତନ ସମ୍ମିଳନୀ ପ୍ରକୋଷ୍ଠରେ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ +୩ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସେ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ସଫଳତା ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ । ବିଭାଗୀୟ ମୁଖ୍ୟ ଶ୍ରୀମତୀ ଶର୍ମିଳା ପଣ୍ଡା ଚରିତ୍ର ଗଠନ ଓ ସଫଳତା ମଧ୍ୟରେ ଥିବା ସମ୍ପର୍କ ଉପରେ ଗୁରୁତ୍ୱାରୋପ କରିଥିଲେ । ଅଧ୍ୟାପକ ପ୍ରଶାନ୍ତ ସିଦାର ସମୟାନୁବର୍ତ୍ତିତା, ଭୁବନେଶ୍ୱର ବରିହା ସକାରାତ୍ମକ ଜୀବନଶୈଳୀ ଏବଂ ବିପିନ ପାଇକ ନିଜର ଅଭିଜ୍ଞତା ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ । ଶେଷରେ ଛାତ୍ରଛାତ୍ରୀମାନେ ନିଜର ଅନୁଭୂତି ବାଣ୍ଟି ଭାବବିହ୍ୱଳ ହୋଇପଡ଼ିଥିଲେ । ଛବିନ୍ଦ୍ର ମେହେର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ସଭା ସାଙ୍ଗ ହୋଇଥିଲା ।

Leave A Reply

Your email address will not be published.