ଏଏମ୍‌ସିଏସ୍‌ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଏଏମ୍‌ସିଏସ୍‌ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ପରିଚାଳନା କମିଟି ଅଧ୍ୟକ୍ଷ ତଥା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ଯୋଗ ଦେଇ ବିଦ୍ୟାର୍ଥୀ ମାନଙ୍କୁ କର୍ମଠ ହେବା ସହ ନିଜ ନିଜର ଲକ୍ଷକୁ ହାସଲ କରିବା ନିମନ୍ତେ ପରାମର୍ଶ ଦେଇଥିଲେ । ସେହିପରି ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ସଂଗ୍ରାମ କେଶରୀ ଷଡ଼ଙ୍ଗୀ ଯୋଗଦେଇ ଆଜ୍ଞାଦିନ ହେବା ସହ ଲକ୍ଷରେ ବିଫଳ ହେଲେ ମଧ୍ୟ ସଫଳତା ଆଡକୁ ଅଗ୍ରସର ହେବା ନିମନ୍ତେ ବିଦ୍ୟାର୍ଥୀ ମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ସମ୍ମାନିତ ଅତିଥି ଭାବେ ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ ଅଧିକାରୀ ଭାଷା ପ୍ରତିଷ୍ଠାନ, ଓଡିଶା ସରକାର ଡ.ସିଦ୍ଧାର୍ଥ ଶଙ୍କର ପାଢ଼ୀ ଯୋଗ ଦେଇଥିଲେ । ଏହି ଅବସରରେ ନୂତନ ଭାବେ ନିର୍ମିତ ଇ-ଲାଇବ୍ରେରୀ କୋଠା ମଧ୍ୟ ଜିଲ୍ଲାପାଳ ଏବଂ ଉପଜିଲ୍ଲାପାଳଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧକ୍ଷ ଦୀନବନ୍ଧୁ ମହାନ୍ତି ଅତିଥି ମାନଙ୍କର ପରିଚୟ କରିବା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଅଧ୍ୟାପକ ବିରୁପାକ୍ଷ ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅଧ୍ୟାପକ ରତନ ଦିଗାଳଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ବିଦ୍ୟାର୍ଥୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Leave A Reply

Your email address will not be published.