
ତୁଷୁରା, (କେପିଏନ୍ଏସ୍) : ସ୍ଥାନୀୟ ପିଏମଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ଭେଲା ଠାରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ବିଇଓ ନମିତା ରାଣୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ଶିକ୍ଷା ସଚେତନତା ରଥ ଶୁଭାରମ୍ଭ କରାଯାଇଥିଲା । ମୁଖ୍ୟବକ୍ତା ଭାବେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଉଦ୍ଦେଶ୍ୟ ଜ୍ଞାପନ କରି ସଭିଏଁ ସ୍କୁଲ ଯିବା ପାଇଁ ଗୁରୁତ୍ୱାରୋପ କରିଥିଲେ । ସମ୍ମାନିତ ଅତିଥି ଭାବେ ଏବିଇଓ ବିପିନ ବାଗ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଯୁଗଳ କିଶୋର ସାହୁ, ଏସ୍ଏମ୍ସି ଉପାଧ୍ୟକ୍ଷ କିଶୋର ହେର୍ଣ୍ଣା ପ୍ରମୁଖ ଯୋଗ ଦେଇଥିଲେ । ସ୍ଥାନୀୟ ସିଆର୍ସିସି ଷଡାନନ ପ୍ରଧାନୀ ସଭା ସଞ୍ଚାଳନ କରିଥିଲେ ଓ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ସମସ୍ତ ସିଆର୍ସିସି, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା, ଅଭିଭାବକ ସମେତ ଛାତ୍ରଛାତ୍ରୀ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।