mahavir

ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସାଧନ ସଂଯୋଜକ ଜଗ ମୋହନ ତ୍ରିପାଠୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ । ମାଗଣା ପୋଷାକ, ମାଗଣା ମଧ୍ୟାହ୍ନ ଭୋଜନ ଓ ମାଗଣା ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କୁ ସରକାରୀ ସ୍କୁଲକୁ ଆକର୍ଷିତ କରିବା ସହ ଡ୍ରପ୍ ଆଉଟ୍ ହାର କମାଇବାରେ ସହାୟକ ହେବ ବୋଲି ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀ କହିଥିଲେ । ସହକାରୀ ଶିକ୍ଷୟିତ୍ରୀ ରଞ୍ଜିତା ନାଗ, ବିନ୍ଦୁ ମାହାଣା ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ । ଶେଷରେ ବରିଷ୍ଠ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.