pr

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

dr. purohit

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସଭାଗୃହ ଠାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଗଞ୍ଜାମ ବିଭାଗ ସଂଘ ଚାଳକ ମୁଖ୍ୟ ଆଲୋଚକ ଭଗବାନ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ମଧୁସୂଦନ ମହାପାତ୍ର ଯୋଗଦେଇ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଶହେ ବର୍ଷ ବିଜୟ ଯାତ୍ରା କହିବା ସହ ସଂଘର ଲକ୍ଷ ଓ ଉଦ୍ଦେଶ୍ୟ ଉପରେ ଓ ଆଗାମୀ ଦିନର ଯୋଜନା ଉପରେ କହିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସହରର ଅନେକ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ । ଜିଲ୍ଲା ବ୍ୟବସ୍ଥା ପ୍ରମୁଖ କାଳିନ୍ଦୀ ଚରଣ ପଣ୍ଡା ଓ ଖଣ୍ଡ କାର୍ଯ୍ୟବାହ ଅନନ୍ତ କୁମାର ଦାସଙ୍କ ସମେତ ସଂଘର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

nrusinghnath
Leave A Reply

Your email address will not be published.