jayashree

ବଲାଙ୍ଗର ସିଭିଲ୍ କୋର୍ଟଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗର, (କେପିଏନ୍‌ଏସ୍‌) : ଆଦ୍ୟ ତାରିଖ ୦୯.୦୫.୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ବଲାଙ୍ଗିର ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ସିଭିଲ କୋର୍ଟ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରର ମୂଳ ଉଦ୍ଦେଶ୍ୟ ଅଣ ସଂକ୍ରାମକ ରୋଗର ଚିହ୍ନଟ ସହ, ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରାଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରରେ ୮୦ରୁ ଅଧିକ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । ଉକ୍ତ ସ୍ୱାସ୍ଥ୍ୟ ଶିବିରଟି ସୂଚାରୁ ରୂପେ ପରିଚାଳିତ ହେଇଥିଲା ।

Leave A Reply

Your email address will not be published.