jayashree

ହେମଗିର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ହେମଗିର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୭୫ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୬୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ଗୋଟିଏ ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.