ରାଜ୍ୟରେ ଆଜି ୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୩ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୫, ବାଲେଶ୍ୱରରୁ ୬, ବରଗଡ଼ରୁ ୧, ଭଦ୍ରକରୁ ୧, ବଲାଙ୍ଗିରରୁ ୨, ଦେଓଗଡରୁ ୨, ଗଞ୍ଜାମରୁ ୧, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୭, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନୂଆପଡାରୁ ୩, ପୁରୀରୁ ୬, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ୍‌ ପୁଲରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୭୯୯ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.