jayashree

ନରାବାହାଲି ଗାଁରେ ଆଦର୍ଶ ବିଦ୍ୟାଳୟ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ

ସଇଁତଲା, (ଖୁସିରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ନରାବାହାଲି ସରକାରୀ ପ୍ରାଥମିକ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଆଜି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ପର୍ଯ୍ୟାୟ ନିର୍ମାଣ କାର୍ଯ୍ୟ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୂମି ପୂଜନ ସହ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବା ପରେ ଅଞ୍ଚଳର ଶିକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ଼ ହେବା ସହ ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ସୁବିଧା ପାଇପାରିବେ ବୋଲି ବିଧାୟକ ଶ୍ରୀ ଜୈନ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ସ୍ଥାନୀୟ ଜନପ୍ରତିନିଧି, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଗ୍ରାମବାସୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.