
ବଲାଙ୍ଗିର, (କେପିଏନ୍ଏସ୍) : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ବର୍ତ୍ତମାନ ସାରା ରାଜ୍ୟରେ ଅନୁଦାନ ସମ୍ପର୍କରେ ଅଭିଯାନ ଆରମ୍ଭ କରିଛନ୍ତି । ଏହି କ୍ରମରେ ଆଜି ବଲାଙ୍ଗିର ଜିଲ୍ଲା ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ସୁପାରିଶ ତଥା ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମହୋଦୟଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀଙ୍କୁ ଅନୁଦାନ ନୀତି ନିମିତ୍ତ ମୁଖ୍ୟମନ୍ତ୍ରୀଙ୍କୁ ସୁପାରିଶ ପାଇଁ ଏହି ଦାବିପତ୍ର ପ୍ରଦାନ କରାଯାଇଥିଲା । ବିଧାୟକ ତଥା କ୍ୟାବିନେଟ୍ ମନ୍ତ୍ରୀ ସଂଘର ଦାବିକୁ ଶୁଣି ମୁଖ୍ୟମନ୍ତ୍ରୀଙ୍କୁ ସୁପାରିଶ ପାଇଁ ପ୍ରତିଶ୍ରୁତି ଦେଇଥିବା ସଂଘ ପକ୍ଷରୁ କୁହାଯାଇଛି । ଦାବିପତ୍ର ପ୍ରଦାନ ସମୟରେ ବଲାଙ୍ଗିର ଜିଲ୍ଲାର ଜିଲ୍ଲା ସଂଯୋଜକ ସନ୍ତୋଷ କୁମାର ରାଉତ, ପାଟଣାଗଡ଼ ଖଣ୍ଡ ସଂଯୋଜକ ପୂର୍ଣ୍ଣଚନ୍ଦ୍ର ସାହୁ, ନରେଶ ପଟେଲ, ଠାକୁର ପ୍ରସାଦ ବରିହା ପ୍ରମୁଖ ଉପସ୍ଥିତ ଥିଲେ ।