
ପାଟଣାଗଡ଼, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ ଚାରି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁଯାୟୀ, ପାଟଣାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ତାଙ୍କ ପ୍ରେମିକ ଡାକିଥିଲେ । ପରେ ପ୍ରେମିକ ସମେତ ଅନ୍ୟ ତିନି ଜଣ ମିଶି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ପାଟଣାଗଡ଼ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରି ପଣ୍ଡାମୁଣ୍ଡା ଗ୍ରାମର ଚାରି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ପାଟଣାଗଡ଼ ଏସ୍ଡିପିଓ ସଦାନନ୍ଦ ପୂଜାରୀ । ପୋଲିସ ପକ୍ଷରୁ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଜଣାପଡିଛି ।