jayashree

ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ଡାବାହାଲି ହାଇସ୍କୁଲ ପଡ଼ିଆ ଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତତ୍ତ୍ଵାବଧାନରେ ସ୍ଥାନୀୟ ପଞ୍ଚାୟତ ହାଇସ୍କୁଲ, ସରସ୍ଵତୀ ଶିଶୁ ମନ୍ଦିରର ଛାତ୍ରଛାତ୍ରୀ ଏବଂ ଗଣ୍ତାବାହାଲି ଗ୍ରାମର ଜନସାଧାରଣଙ୍କ ଯୋଗଦାନରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗଣ୍ଡାବାହାଲି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଡ. ବିଦ୍ୟାଭୂଷଣ ବାରିକ, ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ହାଇସ୍କୁଲ ଗଣ୍ଡାବାହାଲିର ପ୍ରଧାନ ଶିକ୍ଷକ ଜଗନ୍ନାଥ ସେଠୀ, ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ହେମ୍ ସାଗର ସାହୁ ପ୍ରମୁଖ ଯୋଗଦାନ କରିଥିବା ବେଳେ ଯୋଗ ଗୁରୁ ଦ୍ରୋଣେଶ୍ଵର ଜଗତ ଏବଂ ଯୋଗ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ ମେହେର ଯୋଗ ଶିଖାଇ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଗୁପ୍ତେଶ୍ୱର ମେହେର ପ୍ରାରମ୍ଭରେ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ପଞ୍ଚାୟତ ହାଇସ୍କୁଲ ଗଣ୍ଡାବାହାଲିର ବିଜ୍ଞାନ ଶିକ୍ଷକ କୈଳାସ ଚନ୍ଦ୍ର ଦାସ ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ହୋଇଥିବା ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସ୍ଥାନୀୟ ଯୁବକ ଯୁବତୀମାନେ ବହୁ ସଂଖ୍ୟାରେ ଯୋଗଦାନ କରି ଆନ୍ତର୍ଜାତୀୟ ଯୋଗ ଦିବସକୁ ମହାସମାରୋହରେ ପାଳିତ ହୋଇଥିଲା ।

Leave A Reply

Your email address will not be published.