
ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲାର ପଦ୍ମପୁର ରାଜାପଡ଼ା ଅଞ୍ଚଳରେ ପଦ୍ମପୁର–ପାଟଣାଗଡ଼ ମୁଖ୍ୟ ରାସ୍ତାରେ ଏକ ଦ୍ରୁତଗତି ଟ୍ରକ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘରେ ପିଟି ହୋଇଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଓ ହେଲ୍ପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଘରେ ଥିବା ଲୋକମାନେ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଟ୍ରକଟି ରାସ୍ତା ଉପରେ ପଡ଼ି ରହିଥିବାରୁ ଯାତାୟାତ ବ୍ୟାହତ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
