
ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଇସ୍ପାତ ସହରାଞ୍ଚଳର ସେକ୍ଟର-୮ ଅନ୍ତର୍ଗତ ବୁଥ୍ ନମ୍ବର-୧୬ରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୩୫ତମ ମନ୍-କି-ବାତ୍ କାର୍ଯ୍ୟକ୍ରମର ସିଧା ପ୍ରସାରଣର ଆୟୋଜନ କରାଯାଇଥିଲା । ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ଉପସ୍ଥିତିରେ ଆୟୋଜିତ ଏହି ମନ୍ କି ବାତ୍ କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର ବହୁ ବରିଷ୍ଟ ପଦାଧିକାରୀ ଏବଂ କର୍ମୀମାନେ ଯୋଗଦେଇଥିଲେ ।
