csstore

ମାୟାବର୍ହା ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ବିଦ୍ୟୁତର ସଚେତନତା ଜୀବନର ସୁରକ୍ଷା ଏହି ଉଦ୍ଦେଶ୍ୟକୁ ନେଇ ଆଜି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । ସଭାରେ ମୁଖ୍ୟ ଅତିଥି ଭାବରେ ସୋନପୁର ବିଦ୍ୟୁତ୍ ବିଭାଗର ସୁପରିଟେଣ୍ଡିଙ୍ଗ ଇଞ୍ଜିନିୟର ଦେବବ୍ରତ ପାଣିଗ୍ରାହୀ ଯୋଗଦାନ କରି ବିଦ୍ୟୁତ୍ ବ୍ୟବହାର ସମୟରେ ସତର୍କତା ଓ ସଚେତନତାର ଆବଶ୍ୟକତା ବିଷୟରେ ମତ ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଭାବରେ ବିଦ୍ୟୁତ୍ ବିଭାଗର ସହକାରୀ ଯନ୍ତ୍ରୀ ପ୍ରଭୁଦତ୍ତ ମହାନନ୍ଦ ପାୱାର ପଏଣ୍ଟ ମାଧ୍ୟମରେ ବିଦ୍ୟୁତର ସୁରକ୍ଷା ବିଷୟରେ ସୁନ୍ଦର ଭାବରେ ଉପସ୍ଥାପନ କରିଥିଲେ । ଶିକ୍ଷାବିଦ ସମ୍ପଦ ଖମାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଆୟୋଜିତ ସଚେତନତା ଶୋଭାଯାତ୍ରାକୁ ମୁଖ୍ୟ ଅତିଥି ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରିଥିବା ସହ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । ଛାତ୍ରୀ ଶ୍ରୀମୟୀ ଓ ସାଥୀ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ କୋଶଲ ସୁନ୍ଦରୀ ପାୟଲ ବିଶ୍ଵକର୍ମା ନୃତ୍ୟ ପରିବେଷଣ କରିଥିଲେ । ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.