csstore

ପୁଇଁନ୍ତଳା ବ୍ଲକ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଓ ଗ୍ରାମ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି ତାଲିମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇନ୍ତଳା ବ୍ଲକଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ବଲାଙ୍ଗିରର ଆୟୋଜନ କ୍ରମେ ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଓ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କ ପାଇଁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଏକ ତାଲିମ ପୁଇନ୍ତଲା ବ୍ଲକ୍ ସଭା ଗୃହଠରେ ଅନୁଷ୍ଠିତ କରାଯାଇଛି । ଏହି ତାଲିମ କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ ଖୁଆସ ସମସ୍ତଙ୍କୁ ସ୍ଵାଗତ ଜଣାଇ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା କମିଟିର ଦାୟିତ୍ୱ, କର୍ତ୍ତବ୍ୟ, ଭୂମିକା ଉପରେ ଜଣାଇଥିଲେ । କିଶୋର ନ୍ୟାୟ ଆଇନ୍ ଉପରେ ଶିଶୁ ମାନଙ୍କର ଯତ୍ନ ଓ ସୁରକ୍ଷା ଉପରେ ବିଭିନ୍ନ ପ୍ରକାର ଆଇନ୍ ତଥା ବାଲ୍ୟବିବାହ ନିରୋଧ ଆଇନ, ପୋକ୍ସୋ ଆଇନ୍, ଶିଶୁ ଶ୍ରମିକ ନିରୋଧ ଆଇନ, ପି ସି ପି ଏନ୍ ଡି ଟି ଆଇନ୍ ଉପରେ ଜଣାଇଥିଲେ । ଏହି ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁଇନ୍ତଲା ବ୍ଲକ ସ୍ତରୀୟ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଲିଙ୍ଗରାଜ ବାଗ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ସୁଷମା ତ୍ରିପାଠୀ ଉପସ୍ଥିତ ରହି ଶିଶୁମାନଙ୍କ ପାଇଁ ଥିବା ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିର ୫% ଯୋଜନା ରଖି ଶିଶୁଙ୍କ ପାଇଁ ଖର୍ଚ୍ଚ କରିବା ବୋଲି ତାଲିମରେ ଜଣାଇଥିଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ତାଲିମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ କହିବା ସହ ସରପଞ୍ଚ ଓ ଇଓ ମାନଙ୍କର ଭୂମିକା, ଦାୟିତ୍ଵ ଉପରେ ଜଣାଇଥିଲେ । ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିର ଅନ୍ ଟାଏଡ ପାଣ୍ଠିର ୫ % ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଶୁମାନଙ୍କୁ ଚିହ୍ନଟ କରି ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଗୋଷ୍ଠୀ ଭିତ୍ତିକ ଯୋଜନା ଓ ବ୍ୟକ୍ତିଗତ ଯୋଜନା ପ୍ରସ୍ତୁତି କରିବା ପାଇଁ ଏକ ତାଲିମ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ବ୍ଲକର ୨୩ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ, ଇଓ ଉପସ୍ଥିତ ଥିଲେ । ଏହି ଅବସରରେ ସିଡିପିଓ ଉପସ୍ଥିତ ରହି ବାଲ୍ୟ ବିବାହ ଉପରେ ସଚେତନତା କାର୍ଯ୍ୟକ୍ରମ ଉପରେ ଜଣାଇଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର କ୍ଷେତ୍ର ପରିଦର୍ଶକ ବାଳମୁକୁନ୍ଦ ଭିତିରିଆ ସକ୍ରିୟ ଅଂଶଗ୍ରହଣ କରିଥିଲେ । ପରିଶେଷରେ ସିଡିପିଓ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରି ତାଲିମକୁ ଶେଷ କରିଥିଲେ ।

jayashree
Leave A Reply

Your email address will not be published.