csstore

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ବଲାଙ୍ଗିର ସଦରମହକୁମା ସ୍ଥିତ ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଓ ଆପତ୍ତିଗୁଡ଼ିକର ପ୍ରତ୍ୟକ୍ଷ ଶୁଣାଣି କରିଥିଲେ । ଶିବିରରେ ସମୁଦାୟ ୧୭ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା, ଯେଉଁଥିରେ ୧୭ଟି ବ୍ୟକ୍ତିଗତ ଦରଖାସ୍ତ ସାମିଲ ଥିଲା । ସେଥିମଧ୍ୟରୁ ୨ଟି ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା, ଅନ୍ୟାନ୍ୟ ଅଭିଯୋଗଗୁଡ଼ିକୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ, ତରଣୀ ସୁନା, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ବଲାଙ୍ଗିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ହୃଷିକେଶ ଗଣ୍ଡ, ଡେପୁଟି କଲେକ୍ଟର ନିବେଦିତା ସ୍ଵାଇଁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସସ୍ମିତା ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.