csstore

ରାଜ୍ୟରେ ଆଜି ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୮, ବାଲେଶ୍ୱରରୁ ୫, ବରଗଡ଼ରୁ ୧୪, ବଲାଙ୍ଗିରରୁ ୨, କଟକରୁ ୧, ଢେଙ୍କାନାଲରୁ ୨, ଗଞ୍ଜାମରୁ ୧, ଝାରସୁଗୁଡାରୁ ୪, କଳାହାଣ୍ଡିରୁ ୧, ଖୋର୍ଦ୍ଧା ୫,ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୨, ନୟାଗଡରୁ ୧, ପୁରୀରୁ ୩, ରାୟଗଡାରୁ ୪, ସମ୍ବଲପୁରରୁ ୬, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟପୁଲରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୭୬୦ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

jayashree
Leave A Reply

Your email address will not be published.