
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ଵାରା ବାଲିଗୁଡ଼ା ଟାଉନ ହଲ ଠାରେ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସହରାଞ୍ଚଳ ପିଡି ପ୍ରବୀଣ କୁମାର ବାଣୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପସ୍ଥିତ ଥିବା ଜନସାଧାରଣଙ୍କୁ ଉଦବୋଧନ ଜରିଆରେ ଜଣାଇଥିଲେ । ତେବେ ଏହି କାର୍ଯ୍ୟକ୍ରମରେ ନୂତନ ଭାବେ ଆୟୁଷ୍ମାନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ୧୦୦ରୁ ଅଧିକ ହିତାଧିକାରୀଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ କରାଯାଇଥିଲା । ଏହା ସହ ୧୪ ଜଣ ବିକଳାଙ୍ଗ ଭତ୍ତା ହିତାଧିକାରୀ ଏବଂ ତିନି ଜଣ ଅବିବାହିତା ହିତାଧିକାରୀଙ୍କୁ ମଧ୍ୟ ଭତ୍ତା ରାଶି ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ବିଜ୍ଞାପିତ ଅଞ୍ଚଳ ପରିଷଦ ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, କାଉନସିଲର ଆଲୋକ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

