ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

csstore

ପିଆଇବି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ରଥଯାତ୍ରା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରିଥାଏ ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘‘ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ ।
ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ ।

Leave A Reply

Your email address will not be published.