ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ବରଣ୍ଡାବାହାଲ ଗାଁରେ ଘଟିଛି ଏକ ଦୁଃଖଦ ଘଟଣା । ଖେଳୁଥିବା ବେଳେ ଜପେଶ୍ୱର ସାହୁଙ୍କ ୩ ବର୍ଷର ପୁଅ ଅସାବଧାନତାବଶତଃ ଏକ ଜଳମଗ୍ନ ଗର୍ତ୍ତରେ ପଡ଼ିଯାଇଥିଲା । ପରିବାର ଲୋକେ ତୁରନ୍ତ ଶିଶୁଟିକୁ ଉଦ୍ଧାର କରି ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ନେଇଥିଲେ । ତେବେ ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ । ଏହି ଅଘଟଣ ପରେ ପରିବାରରେ ଶୋକର ଛାୟା ଖେଳିଯାଇଥିବା ବେଳେ ସମଗ୍ର ଅଞ୍ଚଳରେ ମଧ୍ୟ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।
